ସୁନା ମୂଲ୍ୟରେ ପୁଣି ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ପୂର୍ବ ଦିନ ଅପେକ୍ଷା ସୁନାରେ ୫୫୦ ଟଙ୍କା ବୃଦ୍ଧି ହୋଇଛି। ଏହି ବୃଦ୍ଧି ୨୪ କ୍ୟାରେଟ୍ ସୁନାରେ ହୋଇଛି । ସେହି ସମୟରେ, ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୫୦୦ ଟଙ୍କା ବୃଦ୍ଧି ପାଇଛି । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୯୮,୮୪୦ ଟଙ୍କା ରହିଛି, ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୬୦୦ଟଙ୍କା ଛୁଇଛି । ଓଡ଼ିଶା ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮,୮୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୮୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୬୦୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮,୯୯୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୮୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୮୪୦ ଓ ୯୦ ହଜାର ୬୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୨୦, ୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି। ତେବେ କେମିତି ଜାଣିବେ ସୁନାର ଶୁଦ୍ଧତା- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।